୨୦୨୨-୨୩ ବର୍ଷରେ ରେକର୍ଡ ୧୩୬ ଲକ୍ଷ ମେଟ୍ରିକ୍ ଟନ୍ ରୁ ଊର୍ଦ୍ଧ୍ୱ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ

Spread the love

ଭୁବନେଶ୍ୱର : ୨୦୨୨-୨୩ ବର୍ଷରେ ଓଡ଼ିଶାରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ତୃତୀୟ ଆଗୁଆ ଆକଳନ ଅନୁଯାୟୀ ୨୦୨୨-୨୩ ବର୍ଷରେ ରାଜ୍ୟରେ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍ ଟନ୍ ରୁ ଊର୍ଦ୍ଧ୍ୱ ଖାଦ୍ୟଶସ୍ୟ ଉତ୍ପାଦନ ହେବାର ଆକଳନ କରାଯାଇଛି । ଏହା ପୂର୍ବରୁ ୨୦୨୦-୨୧ ବର୍ଷରେ ରାଜ୍ୟରେ ୧୩୦ ଲକ୍ଷ ୩୮ ହଜାର ମେଟ୍ରିକ୍ ଟନ୍‌ରୁ ଊର୍ଦ୍ଧ୍ୱ ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିଲା । ରାଜ୍ୟରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିବା ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ରାଜ୍ୟର ଚାଷୀ ଭାଇ ଓ ଭଉଣୀ ଏବଂ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

                ୨୦୨୨-୨୩ ବର୍ଷର ଆକଳନ ଅନୁଯାୟୀ ରାଜ୍ୟର ମୋଟ ଶସ୍ୟ ଉତ୍ପାଦନ ମଧ୍ୟରେ ଚାଉଳ ଉତ୍ପାଦନ ୧୧୫ ଲକ୍ଷ ମେଟ୍ରିକ୍ ଟନ ହେବାବେଳେ ମକା ୮ ଲକ୍ଷ ୬୦ ହଜାର ମେଟ୍ରିକ୍ ଟନରୁ ଊଦ୍ଧ୍ୱ,ର୍ ମାଣ୍ଡିଆ ୧ ଲକ୍ଷ ୬୧ ହଜାର ମେଟ୍ରିକ୍ ଟନରୁ ଊର୍ଦ୍ଧ୍ୱ ଏବଂ ଗହମ, ବାଜରା, ଯୱାର ଓ ଅନ୍ୟ ଲଘୁଶସ୍ୟ ୨୮ ହଜାର ମେଟ୍ରିକ୍ ଟନରୁ ଊର୍ଦ୍ଧ୍ୱ ଉତ୍ପାଦନର ଆକଳନ କରାଯାଇଛି । ସେହିପରି ମୋଟ ୧୦ ଲକ୍ଷ ୫୫ ହଜାର ମେଟ୍ରିକ୍ ଟନରୁ ଊର୍ଦ୍ଧ୍ୱ ଡାଲିଜାତୀୟ ଶସ୍ୟ ଉତ୍ପାଦନ ମଧ୍ୟରେ ମୁଗ ୪ ଲକ୍ଷ ୨୧ ହଜାର ମେଟ୍ରିକ୍ ଟନରୁ ଊଦ୍ଧ୍ୱ,ର୍ ବିରି ୧ ଲକ୍ଷ ୯୭ ହଜାର ମେଟ୍ରିକ୍ ଟନରୁ ଊଦ୍ଧ୍ୱ,ର୍ ହରଡ଼ ୧ ଲକ୍ଷ ୩୭ ହଜାର ମେଟ୍ରିକ ଟନରୁ ଊଦ୍ଧ୍ୱ,ର୍ କୋଳଥ ୯୧ ହଜାର ମେଟ୍ରିକ୍ ଟନରୁ ଊଦ୍ଧ୍ୱ,ର୍ ମଟର ୨୯ ହଜାର ମେଟ୍ରିକ ଟନରୁ ଊଦ୍ଧ୍ୱ,ର୍ ମସୁର ୭ ହଜାର ମେଟ୍ରିକ ଟନରୁ ଊଦ୍ଧ୍ୱ,ର୍ ବରଗୁଡ଼ି ୬୮ ହଜାର ମେଟ୍ରିକ ଟନରୁ ଊର୍ଦ୍ଧ୍ୱ ଏବଂ ଅନ୍ୟ ଡାଲିଜାତୀୟ ଫସଲ ୭୬ ହଜାର ମେଟ୍ରିକ ଟନ ଅନ୍ତର୍ଭୁକ୍ତ ।

Leave a Reply

Your email address will not be published. Required fields are marked *