ଭୁବନେଶ୍ଵର : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି । ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ସର୍ବାଧିକ ୪୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଜଗତସିଂହପୁରରେ ୪୭.୦ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୪୪.୨, ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ୪୨.୦, କଟକ ଜିଲ୍ଲାର ମୁଣ୍ଡୁଳିରେ ୩୬.୦, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ାରେ ୩୫.୦, କଟକ ଜିଲ୍ଲାର କଂଟାପଡ଼ାରେ ୩୨.୦, କେନ୍ଦ୍ରାପଡ଼ା ଜିଲ୍ଲାର ଡ଼େରାବିଶରେ ୩୨.୦, ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୨୮.୮ ଏବଂ ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ସର୍ବନିମ୍ନ ୨୮.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now