ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ

Spread the love

ବନ୍ୟା ସ୍ଥିତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା । ରାଜ୍ୟରେ ଆହୁରି ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ଗତକାଲି ୨ଟି ଘାଇ ହୋଇଥିଲା । ଆଜି ଆଉ ୨ଟି ଘାଇ ହୋଇଛି । ମୋଟ ୪ଟି ଘାଇ ହୋଇଛି । ୨୦୧୧ପରେ ରାଜ୍ୟରେ ଏଭଳି ବନ୍ୟା ହୋଇଛି । ବର୍ତ୍ତମାନ ଘଣ୍ଟାକୁ ୧୭ ହଜାର କ୍ୟୁସେକ ପାଣି ମୁଣ୍ଡଳୀରୁ ଖସୁଛି । କିଛି ସମୟ ପରେ ଘଣ୍ଟାକୁ ୨୫ହଜାର କ୍ୟୁସେକକୁ ଖସିବ। ତେବେ ହୀରାକୁଦ ଡ୍ୟାମର ବନ୍ୟା ଜଳ ମୁଣ୍ଡଳୀରେ କାଲି ସକାଳୁ ପହଞ୍ଚିବ । ପ୍ରାୟ ୯ ରୁ ୧୦ଲକ୍ଷ କ୍ୟୁସେକ ପାଣି ପାସ କରିବ । କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ବନ୍ୟା ଦ୍ୱାର ପ୍ରଭାବିତ । ଜଗତସିଂହପୁର ଓ ପୁରୀ ଜିଲ୍ଲା ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି ।

ଆଜି ଓଡ୍ରାଫ, NDRF, ଫାୟାର ସର୍ଭିସ ଅତିରିକ୍ତ ଟିମ୍‌ ପଠାଯାଇଛି ବୋଲି କହିଛନ୍ତି ଏସଆରସି । ସେପଟେ ଆସୁଥିବା ଲଘୁଚାପକୁ ନେଇ ମଧ୍ୟ ସୂଚନା ଦେଇଛନ୍ତି ଏସଆରସି । ଆସୁଥିବା ବର୍ଷାକୁ ଦେଖି କେନ୍ଦୁଝର, ଭଦ୍ରକ ଓ ଯାଜପୁରକୁ ସତର୍କ ରହିବା ପାଇଁ କୁହାଯାଇଛି । କାରଣ ବ୍ରାହ୍ମଣୀ ଓ ବୈତରଣୀ ବେଲ୍ଟରେ ବର୍ଷା ହେବାର ଆକଳନ କରାଯାଉଛି । ସ୍ୱାସ୍ଥ୍ୟ ବିଭାଗ ସହିତ ଲଗାତାର ଭାବେ ଯୋଗାଯୋଗ ରହିଛି । ପର୍ଯ୍ୟାପ୍ତ କୀଟ ପାଇଁ କୁହାଯାଇଛି । ଏହା ବାଦ ଆଣ୍ଟି ଭେନମ କୀଟ ଅଧିକ ମହଜୁଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରତିକ୍ରିୟା ରଖିଛନ୍ତି । ରେସକ୍ୟୁ ଅପରେସନ ଚାଲିଛି । ରନ୍ଧ୍ୟା ଖାଦ୍ୟ ପ୍ରଦାନ କରାଯାଉଛି । ମଧ୍ୟମ ଧାରଣର ବନ୍ୟା ହୋଇଛି । ଘାଇ ମରାମତି କରାଯାଇଛି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ।

Leave a Reply

Your email address will not be published. Required fields are marked *