ଓକାକ୍ ଡାଟା ଷ୍ଟୋର ପରିଦର୍ଶନ କଲେ ଆଇଟି ଉପଦେଷ୍ଟା ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର : ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ଉପଦେଷ୍ଟା ଶ୍ରୀ ଅନୁଭବ ପଟ୍ଟନାୟକ ଆଜି ଓକାକ୍ ସ୍ଥିତ ଡାଟା ଷ୍ଟୋର ପରିଦର୍ଶନ କରି ସେଠାରେ ଉପଲବ୍ଧ ସମସ୍ତ ବ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ଆଜିର ଡିଜିଟାଲ ଯୁଗରେ ବିଭିନ୍ନ ସରକାରୀ ବ୍ୟବସ୍ଥା କିଭଳି ଲୋକଙ୍କ କାର୍ଯ୍ୟରେ ଆସୁଛି ଏବଂ ସରକାରୀ ବିଭାଗର ବିଭିନ୍ନ ଡାଟା କିପରି ସୁରକ୍ଷିତ ଭାବେ ସରଂକ୍ଷିତ ହେଉଛି, ସେ ସମ୍ପର୍କରେ ଅଧିକାରୀ ଓ କର୍ମଚାରୀଙ୍କ ସହ ସେ ଆଲୋଚନା କରିଛନ୍ତି ।

ସୂଚନା ଅନୁଯାୟୀ ବର୍ତମାନ ୪୫ଟି ରେକ୍ ବିଶିଷ୍ଟ ବ୍ୟବସ୍ଥା ମଧ୍ୟରେ ଓଡ଼ିଶା ସରକାରଙ୍କର ୪୬୦ରୁ ଊର୍ଦ୍ଧ୍ୱ ଆପ୍ଲିକେସନର ଡାଟା ସରଂକ୍ଷିତ ହୋଇପାରୁଛି । ଆହୁରି ୮୮ ଗୋଟି ରେକ୍‌ର ପ୍ରସ୍ତୁତି ହେଉଛି, ଯାହାକି ଆଗାମୀ ଦିନରେ ଏହି ଡାଟା ସଂରକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିପାରିବ । ବର୍ତମାନ ଏହାର ଦୁଇଟି କେନ୍ଦ୍ର କୋରାପୁଟ ଏବଂ ସୁନ୍ଦରଗଡ଼ରେ ହେବା ପାଇଁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ରାଜ୍ୟବ୍ୟାପୀ ଏହି ବ୍ୟବସ୍ଥା କିଭଳି ଅଧିକ ସୁଦୃଢ ହୋଇପାରିବ ସେ ବିଷୟରେ ଶ୍ରୀ ପଟ୍ଟନାୟକ ବିସ୍ତୃତ ଆଲୋଚନା କରିବା ସହ ଏପରି ଯୁଗାନ୍ତକାରୀ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଏହି ଗସ୍ତ ଅବସରରେ ଏନ୍‌?ଆଇସି ଓ ଡାଟା  ଷ୍ଟୋରର ଅପରେସନ୍‌? ବିଭାଗର ଅଧିକାରୀ ଏବଂ ଓକାକ୍‌?ର କର୍ମଚାରୀମାନେ ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *