ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ

Spread the love

ପୁରୀ/ଭୁବନେଶ୍ୱର : ମହାପ୍ରଭୁ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ । ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ମଙ୍ଗଳବାର ଦିନ ରଥଯାତ୍ରା ତୃତୀୟ ତଥା ଶେଷ ସମନ୍ୱୟ ବୈଠକରେ ଅଧ୍ୟକ୍ଷତା କରିବା ସହିତ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ । ଏଥି ସହିତ ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର । ଏ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର ।

ସେହିପରି ଦେଶ-ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର । ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ, ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ।

ପୁରୀସ୍ଥିତ ଟାଉନ ହଲ୍ ଠାରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଯୋଗ ଦେଇଥିଲେ । ଏଥି ବୈଠକରେ ଶ୍ରୀମନ୍ଦିର ନିତିକାନ୍ତି, ପହଣ୍ଡି, ରଥଟଣା, ଗହଳି ନିୟନ୍ତ୍ରଣ, ଲକ୍ଷଲକ୍ଷ ଭକ୍ତଙ୍କ ଗହଳିକୁ ନେଇ ଆନୁଷଙ୍ଗିକ ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ପାନୀୟ ଜଳ, ଜଳସିଂଚନ, ଭିଆଇପି ଦର୍ଶନ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *