ଶେରଗଡରୁ-ପୁରୀ କୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍‌, ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜଗନ୍ନାଥ ଧାମ୍ ପୁରୀକୁ  ଗଞ୍ଜାମର ଶେରଗଡରୁ ଗଡିଛି ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫେରେନ୍‌ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ ସେବା ଚଳାଚଳକୁ ପତକା ହଲାଇ ଶୁଭାରମ୍ଭ କରିଥିଲେ । ଓଏସଆରଟିସି ପକ୍ଷରୁ ଏହି ବସ ସେବା ଆରମ୍ଭ କରାଯାଇଛି ।

ଏହି ଅବସରରେ ସମବେତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶେରଗଡ-ପୁରୀ ମଧ୍ୟରେ ଏହି ନୂଆ ବସ୍ ସେବା ଦ୍ୱାରା ଶେରଗଡ ଜନସାଧାରଣ ସୁବିଧାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଲାଭ କରିପାରିବେ । ବିଶେଷ କରି କାର୍ତିକ ମାସରେ ଗଂଜାମର ବହୁ ଲୋକ ହବିଷ ପାଇଁ ପୁରୀ ଯାଉଥିବାରୁ ଏହି ବସ୍ ସେବା ସେମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫- ଟି ସ୍କୁଲ ରୂପାନ୍ତର ହେଉ ବା ମନ୍ଦିର ରୂପାନ୍ତର, ଗଂଜାମ ସବୁବେଳେ ଆଗରେ ରହିଛି । ମା ତାରା ତାରିଣୀଙ୍କ ମନ୍ଦିର ରୂପାନ୍ତର କାମ ଜିଲ୍ଲାବାସୀଙ୍କ ପାଇଁ ଆନନ୍ଦ ଆଣି ଦେଇଛି ।  ପଂଚାୟତରାଜ କ୍ଷେତ୍ରରେ ଗଂଜାମ ଜିଲ୍ଲା ପରିଷଦ ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ପୁରସ୍କାର ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ଜନସାଧାରଣଙ୍କ ଆଶୀର୍ବାଦ ଓ ସହଯୋଗ ଜାରି ରହିଲେ ଆଗାମୀ ଦିନରେ ଗଂଜାମ ଜିଲ୍ଲା ଆହୁରି ଅନେକ ସଫଳତା ଲାଭ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିେ ।

ଏହି କାର୍ଯ୍ୟକ୍ରମରେ ସାଂସଦ  ଚନ୍ଦ୍ରଶେଖର ସାହୁ , ଗଞ୍ଜାମ ଜିଲ୍ଲାପାଳ ,ଓଏସଆରଟିସର ଅଧିକାରୀ ଓ ଶେରଗଡ ର ପଂଚାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *