ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ   ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଗସ୍ତ

ରାଉରକେଲା: ରାଉରକେଲା ଗସ୍ତ କରି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ରହିଥିଲେ । ନଭେମ୍ବର ୩୦ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦରର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତେବେ କ୍ଷେତ୍ର ପରିଦର୍ଶନ ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।  ଓଡିଶାର ରାଉରକେଲାରେ ପ୍ରଥମ ଥର ୨୦୨୩ ପୁରୁଷ ହକି ବିଶ୍ୱକପ ଖେଳାଯିବ ।

Leave a Reply

Your email address will not be published.

Back to top button