ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର , ବିଭିନ୍ନ ୫୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

Spread the love

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗର ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି, ସାମୁହିକ ଦରଖାସ୍ତ ୧୫ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଆପତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି ।

ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଆଜି ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ. ବିଶ୍ୱରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ. ଦାମୋଦର କୈବର୍ତ, ଡିଇଓ ଲକ୍ଷ୍ମଣ ଭୋଇ, ସିଏସଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave a Reply

Your email address will not be published. Required fields are marked *