ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୩୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

Spread the love

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଂଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ୩୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୮ ଗୋଟି, ସାମୁହିକ ଦରଖାସ୍ତ ୬ ଗୋଟି, ସିଏମଆରଏଫ ସହାୟତା ନିମନ୍ତେ ୩ ଗୋଟି ଦରଖାସ୍ତ ଗ୍ରହଣ କରାଯାଇ ଥିବାବେଳେ ଶିବିରରେ ୭ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଛି । ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି ।

ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର, ଡୁଙ୍ଗୁରିପାଲି ବ୍ଲକ ଉପାଧ୍ୟକ୍ଷ ମକରଧ୍ୱଜ ସାହୁ, ଅଧିକ୍ଷଣ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ. ବିଭୁ ପ୍ରସାଦ ପଣ୍ଡା, ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ. ଦାମୋଦର କୈବର୍ତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମଞ୍ଜୁବାଳା ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଶ୍ରମ ଉପନିର୍ଦେଶକ ଡିଲେଶ୍ୱର ଖାକା, ଉପନିର୍ଦେଶକ କୃଷି ନାରାୟଣ ଚନ୍ଦ୍ର ସେଠୀ, ପ୍ରକଳ୍ପ ନିର୍ଦେଶକ ଜଳ ଅମଳ ପ୍ରକଳ୍ପ, ସିଡିଭିଓ ଅନନ୍ତ ପଣ୍ଡା, ଜିଲ୍ଲା ପଂଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ଉପଜିଲ୍ଲାପାଳ ସୋନପୁର କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ଖଦାଲ ପାତ୍ର, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ ।

Leave a Reply

Your email address will not be published. Required fields are marked *