ଲୋକସେବା ଭବନରେ ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୋଚ ଓ ଖେଳାଳୀଙ୍କ ସମେତ ୭୦ ଜଣ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। କୁଡୋ ଏକ ପ୍ରକାର ମିଶ୍ରିତ ସାମରିକ କଳା, ଯାହା ଜୁଡୋ, କରାଟେ, ଏବଂ ତାଇକୱାଣ୍ଡୋ ଖେଳର ସମାହାର। ଏହି ଖେଳ ଭାରତର ବିଭିନ୍ନ ରାଜ୍ୟ ସମେତ ବିଦେଶରେ ମଧ୍ୟ ଅନେକ ପ୍ରସିଦ୍ଧି ଲାଭ କରିଛି। ଓଡ଼ିଶାର ମଧ୍ୟ ଅନେକ ଜିଲ୍ଲାରେ ଏହି ଖେଳ ପାଇଁ ତାଲିମ୍ ଦିଆଯାଉଛି। ଏଣୁ ରାଜ୍ୟରେ ଏହି କୁଡୋ ଖେଳର ପ୍ରସାର ଓ ଏହି ଖେଳକୁ ମାନ୍ୟତା ଦେବା ପାଇଁ ଏହି ଆସୋସିଏସନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଥିଲେ।ମୁଖ୍ୟମନ୍ତ୍ରୀ ଖେଳାଳୀଙ୍କ ସହ କଥା ହୋଇ ସେମାନଙ୍କୁ ଅଭ୍ୟାସ ଜାରି ରଖିବାପାଇଁ କହିଥିଲେ ଏବଂ ଏହି କ୍ରୀଡ଼ାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାପାଇଁ ବିଚାର କରାଯିବ ବୋଲି ସେ କହିଥିଲେ।

Naxatra News is now on Whatsapp
Join and get latest news update delivered to you via whatsapp
Join Now