ପୋଖରୀରେ ବୁଡି ଦୁଇ ମହିଳାଙ୍କ ମୃତ୍ୟୁ

Spread the love

କନ୍ଧମାଳ: କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ଲିଙ୍ଗାଗଡ଼ ପଞ୍ଚାୟତର ଲିଙ୍ଗାଗଡ଼ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି । ଗାଁ ପୋଖରୀରେ ଗାଧୋଇବା ବେଳେ ବୁଡ଼ିଯାଇ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଦ୍ଵୟ ହେଲେ କୁରୁମଣି ପ୍ରଧାନ ଓ ସୂର୍ଯ୍ୟମଣି ପ୍ରଧାନ ।

ସୂଚନା ଅନୁଯାୟୀ, ଆଜି ସକାଳ ୬ଟା ସମୟରେ ଉଭୟେ ଗାଧୋଇବା ପାଇଁ ପୋଖରୀକୁ ଯାଇଥିଲେ । ତେବେ ଅସାବଧାନତାବଶତଃ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ଯାଇଥିଲେ । ଗ୍ରାମବାସୀ ଗୋଟିଏ ମୃତଦେହ ଉଦ୍ଧାର କରିଥିବା ବେଳେ ଅନ୍ୟ ଏକ ମୃତଦେହକୁ ଉଦୟଗିରି ଦମକଳ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ । ଖବର ପାଇ ଉଦୟଗିରି ଥାନା ପୋଲିସ ପହଞ୍ଚି ଉଭୟ ଶବକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *