ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ

Spread the love

କେନ୍ଦ୍ରାପଡ଼ା : ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଜିଲ୍ଲା ଜରୁରୀ କାଳୀନ ବିଭାଗ ତରଫରୁ ପୈାରସଂସ୍ଥା ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀମତୀ ଅନନ୍ୟା ତ୍ରିପାଠୀ, ଜିଲ୍ଲାର ସମସ୍ତ ତହସିଲଦାର, ବିଡିଓ, ସେଲଟର ହୋମର ସଭାପତି, ସଂପାଦକ, ସରପଂଚ, ଅଗ୍ନିଶମ ବିଭାଗ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ପ୍ରମୁଖ ଉପସ୍ଥିତ ରହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମୟରେ କିଭଳି ଏହାକୁ ମୁକାବିଲା କରାଯିବ ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରାଯାଇ ଥିଲା । ଜିଲ୍ଲାର ବିଭିନ୍ନ ସ୍ଥାନ ମାନଙ୍କରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହାର ମୁକାବିଲା କରିବା ପାଇଁ ଆସନ୍ତା ୧୮ ଓ ୧୯ ତାରିଖ ଓଏସ୍ଡିମ ତରଫରୁ ୨ ଦିନ ଧରି ମଙ୍କ ଡ୍ରିଲ ଓ ବ୍ଲକ ଓ ସେଲଟର ସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ କରି ଲୋକ ମାନଙ୍କୁ ସଚେତନ କରାଯିବ । ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲାର ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *