କେନ୍ଦୁଝରଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ୨୩୩ ଅଭିଯୋଗ

Spread the love

କେନ୍ଦୁଝର : ୫ ତାରିଖ ସୋମବାର ଦିନ ଜିଲ୍ଲାପାଳ ଆଶିଷ ଠାକରେ ଏବଂ ଏସ୍.ପି. ନୀତିନ କୁଶଲକରଙ୍କ ଅଧ୍ୟକ୍ଷତାରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍ ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ୍ ୨୩୩ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୧୧୮ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୩୫ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା /ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୯୮ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଯଦୁମଣି ମହଲା, ପିଏ ଆଇଟିଡିଏ କେନ୍ଦୁଝର ତପନ କୁମାର ନାଏକ, କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ, ଏସ୍.ଡି.ପି.ଓ ମହେନ୍ଦ୍ରନାଥ ମୁର୍ମୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ କିଶୋର କୁମାର ପୃଷ୍ଟି, ଡେପୁଟି କଲେକ୍ଟର (ଆପତକାଳୀନ) ସୁରଞ୍ଜିକା ବେହେରା, ଡେପୁଟି କଲେକ୍ଟର ସୁଚିସ୍ମିତା ଦାଶ, ଡେପୁଟି କଲେକ୍ଟର ଶିବବ୍ରତ ତ୍ରିପାଠୀ, କେନ୍ଦୁଝର ସଦର ବିଡିଓ ବିକାଶ ଚନ୍ଦ୍ର ସାହୁ ଏବଂ କେନ୍ଦୁଝର ତହସିଲଦାର ଆଶିଷ ମହାପାତ୍ର ଏବଂ କେନ୍ଦୁଝରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ ଡାଃ ମଧୁସ୍ମିତା ସାମନ୍ତରାୟଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୦୭ଟି ଏବଂ ରେଡ୍କ୍ରସ୍ରୁ ସହାୟତା ପାଇଁ ୧୦ଟି ଦରଖାସ୍ତ ଗ୍ରହଣ କରାଯାଇଥିଲା ।

Leave a Reply

Your email address will not be published. Required fields are marked *