ରାମଚନ୍ଦ୍ରପୁର ନିକଟରେ ଗଛରେ ପିଟିଲା ବୋଲେରୋ : ୨ ମୃତ,୨ ଗୁରୁତର

Spread the love

ଚମ୍ପୁଆ : କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବା ଦ୍ୱାରା ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକମାନେ ହେଲେ କୋଇଡ଼ା ଥାନା, କମଣ୍ଡୋ ଅଂଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା । ସେହିପରି ୨ ଗୁରୁତର ଆହତଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ଏମାନେ ଏକ ବୋଲେରୋ ଯୋଗେ ଝାଡ଼ଖଣ୍ଡରେ ଏକ ବିବାହ ଭୋଜିରେ ଯୋଗ ଦେଇ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ । ତେବେ ରାମଚନ୍ଦ୍ରପୁର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଦ୍ରୁତ ଗତିରେ ଏକ ଶାଳ ଗଛରେ ପିଟି ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଆହତ ଦୁଇ ଜଣଙ୍କୁ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବାବେଳେ ଖବର ପାଇ ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣାଗ୍ରସ୍ତ ବୋଲେରୋକୁ ଜବତ କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ।

Leave a Reply

Your email address will not be published. Required fields are marked *