ଆମ ହସ୍ପିଟାଲ ଯୋଜନାରେ ସାମିଲ ଆଠଟି ହସ୍ପିଟାଲର ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ

ଖୋର୍ଦ୍ଧା : ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଆମ ହସ୍ପିଟାଲ ଯୋଜନାରେ ସାମିଲ ହୋଇଥିବା ୮ଟି ହସ୍ପିଟାଲର ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ତେବେ ନିକଟରେ ଆମ ହସ୍ପିଟାଲ ଯୋଜନାରେ ଖୋର୍ଦ୍ଧା ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳିର ଆଠଟି ମେଡିକାଲ ସାମିଲ କରାଯାଇଛି । ଅପରିକି ୫ଟି ଉପକ୍ରମରେ ଏହାର ରୂପାନ୍ତରଣ କରାଯିବ । ତେଣୁ ଉକ୍ତ ରୂପାନ୍ତରଣ କାର୍ଯ୍ୟକୁ ଖୁବଶୀଘ୍ର ଆରମ୍ଭ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି । ତେବେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଜିଲ୍ଲାର ସମସ୍ତ ଆଠଟି ଚିକିତ୍ସାଳୟକୁ ଆମ ହସ୍ପିଟାଲ ଯୋଜନାରେ ରୂପାନ୍ତରଣ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ କ୍ଷବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ଆର୍ତବନ୍ଧୁ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଦିଗନ୍ତ ରାଉତରାୟ, ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁଙ୍କ ସମେତ ଲାଇନ ବିଭାଗର ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *