ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ମହିଳାଙ୍କ ବାପଘର ଆଣିଲେ ହତ୍ୟା ଅଭିଯୋଗ

Spread the love

ଖୋର୍ଦ୍ଧା : ବାଣପୁର ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ତେବେ ମହିଳାଙ୍କ ମୃତ୍ୟୁକୁ ନେଇ ହତ୍ୟା ଅଭିଯୋଗ ଆଣିଛନ୍ତି ବାପଘର ଲୋକେ । ମୃତକ ମହିଳା ଜଣଙ୍କ ହେଲେ ବେଲେଡିହ ଗ୍ରାମର ପ୍ରମୋଦ ବାରିକଙ୍କ ଝିଅ ପୁଷ୍ପାଞ୍ଜଳି ବାରିକ ।

ସୂଚନା ମୁତାବକ, ବେଲେଡିହ ଗ୍ରାମର ପ୍ରମୋଦ ବାରିକଙ୍କ ଝିଅ ପୁଷ୍ପାଞ୍ଜଳି ବାରିକ (୨୨ ବର୍ଷ) ନରେନ୍ଦ୍ରପୁର ଗ୍ରାମର କନ୍ଧ ବାରିକଙ୍କ ପୁଅ ସମୀର ବାରିକଙ୍କୁ ବିବାହ କରିଥିଲେ । ତାଙ୍କର ଏକ ଛୋଟ ଶିଶୁ ପୁତ୍ର ଅଛି । ମଙ୍ଗଳବାର ରାତିରେ ପୁଷ୍ପାଞ୍ଜଳିଙ୍କୁ ଶ୍ୱଶୁର ଘର ଲୋକ ଗୁରୁତର ଅବସ୍ଥାରେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ ।ଏପରିକି ବାପ ଘର ଲୋକଙ୍କୁ ଝିଅ ଦେହ ଖରାପ ଅଛି ବୋଲି ଖବର ଦେଇଥିଲେ । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ପୁଷ୍ପାଞ୍ଜଳିଙ୍କ ମୃତ୍ୟୁ ଘଟିଥିଲା । ଏନେଇ ମେଡିକାଲ ପକ୍ଷରୁ ବାଣପୁର ପୋଲିସକୁ ସୂଚନା ଦିଆଯାଇଥିଲା । ତେବେ ପୁଷ୍ପାଞ୍ଜଳିଙ୍କ ପରିବାରବର୍ଗ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି । ସେମାନଙ୍କ ଅଭିଯୋଗ ମୁତାବକ ପୁଷ୍ପାଞ୍ଜଳିଙ୍କୁ ସ୍ୱାମୀ ଓ ଶ୍ୱଶୁର ଘର ଲୋକମାନେ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇଆସୁଥିଲେ । ପୁଷ୍ପାଞ୍ଜଳିଙ୍କ ମୃତ୍ୟୁ ପଛରେ କୌଣସି ଏକ ରହସ୍ୟ ରହିଛି । ଅନୁରୂପ ଭାବେ ବାଣପୁର ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *