ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି । ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଓ ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି । ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନ ଅନୁଯାୟୀ, ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ କରାଯାଇଛି ।
ଲଘୁଚାପ ପ୍ରଭାବରେ ଶୁକ୍ରବାର ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now