ଭୁବନେଶ୍ୱର : ଓଡ଼ିଶା ବିଧାନସଭା ପରିସରରେ ଗୁରୁବାର ପୂର୍ବାହ୍ନରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କର ୪୯ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ବିଧାନସଭା ପରିସରସ୍ଥିତ ପାରଳା ମହାରାଜାଙ୍କ ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ପ୍ରଫୁଲ୍ଲ ସାମଲ, ଅନନ୍ତ ଦାସ, ଭୂପିନ୍ଦର ସିଂ, ଅମର ପ୍ରସାଦ ଶତପଥୀ, ପ୍ରଶାନ୍ତ କୁମାର ବେହେରା, ମହୀଧର ରଣା, ଅଙ୍ଗଦ କହଁର, ପ୍ରଦୀପ କୁମାର ଦିଶାରୀ, ନବଚରଣ ମାଝୀ, କିଶୋର ଚନ୍ଦ୍ର ନାୟକ, ଭାସ୍କର ମଢ଼େଇ ଏବଂ ଭାଗୀରଥି ସେଠୀଙ୍କ ସମେତ ଉତ୍କଳ ସମ୍ମିଳନୀର କର୍ମକର୍ତା ଏବଂ ଅନ୍ୟ ଅତିଥିମାନେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀବୃନ୍ଦ କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରିଥିଲେ ।

Naxatra News is now on Whatsapp
Join and get latest news update delivered to you via whatsapp
Join Now