ରତ୍ନ ଭଣ୍ଡାର ଚାବି ହଜିବା ସରକାରୀ ପ୍ରାୟୋଜିତ କାର୍ଯ୍ୟକ୍ରମ : କଂଗ୍ରେସ

ଭୁବନେଶ୍ୱର : ରତ୍ନ ଭଣ୍ଡାର ଚାବି ହଜିବା ଘଟଣାରେ ସରକାର ନକଲି ଚାବି ଖୋଜିବାପାଇଁ ଦୁଇଟି ଟିମ୍ ଗଠନ କରିଥିଲେ । କିନ୍ତୁ ଅସଲି ଚାବି ଖୋଜିବାପାଇଁ କୌଣସି ପଦକ୍ଷେପ ନେଇନଥିଲେ । ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ କମିଶନ ବସାଇଥିଲେ ଏବଂ କମିଶନ ତାଙ୍କ ରିପୋର୍ଟ ୨୯.୧୧.୨୦୧୮ରୁ ରାଜ୍ୟ ସରକାରଙ୍କ ପାଖରେ ଦାଖଲ କରିବା ପରେ ମଧ୍ୟ ରାଜ୍ୟ ସରକାର ତଦନ୍ତ କମିଶନଙ୍କ ରିପୋର୍ଟ ବିଧାନସଭାରେ ଆଗତ କରୁଛନ୍ତି ନା ରତ୍ନ ଭଣ୍ଡାର ଖୋଲିବା ଦିଗରେ କୌଣସି ପଦକ୍ଷେପ ନେଉଛନ୍ତି । ଏଥିରୁ ସ୍ପଷ୍ଟ ବାରିହୋଇପଡ଼ୁଛି ରତ୍ନ ଭଣ୍ଡାର ଚାବି ହଜିବା ସରକାରୀ ପ୍ରାୟୋଜିତ କାର୍ଯ୍ୟକ୍ରମ ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି ।

ସେ କହିଛନ୍ତି ରାଜ୍ୟବାସୀଙ୍କ ଚାପ ଏବଂ ରତ୍ନଭଣ୍ଡାର ଖୋଲିବା ନେଇ ଟେମ୍ପୁଲ ମ୍ୟାନେଜମେଣ୍ଟ କମିଟିର ନିଷ୍ପତିର ୫ବର୍ଷପରେ ମଧ୍ୟ ସରକାର ରତ୍ନଭଣ୍ଡାର ନ ଖୋଲିବା ସୂଚାଉଛି ଯେ ସରକାରଙ୍କ ଜ୍ଞାତ ସାରରେ ରତ୍ନଭଣ୍ଡାର ଲୁଟ ହୋଇଛି । ଯଦି ସରକାର ଏବଂ ସରକାରଙ୍କ ମୁଖିଆ ମୁଖ୍ୟମନ୍ତ୍ରୀ ୪.୫ କୋଟି ଓଡ଼ିଆଙ୍କୁ ନିଜର ପରିବାର ବୋଲି କହୁଛନ୍ତି ରତ୍ନ ଭଣ୍ଡାର ଖୋଲି ମହାପ୍ରଭୁଙ୍କର ରତ୍ନ ସୁରକ୍ଷିତ ଅଛିବୋଲି ପ୍ରମାଣ ଦେଇ କଂଗ୍ରେସର ଅଭିଯୋଗକୁ ମିଥ୍ୟା ପ୍ରମାଣିତ କରନ୍ତୁ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟତମ ମୁଖପାତ୍ର ମନୋରଞ୍ଜନ ଦାଶ ଏବଂ କୃଷ୍ଣଚନ୍ଦ୍ର ପତି ଉପସ୍ଥିତ ଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *