ଲଘୁଚାପ ସକ୍ରିୟ : ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Spread the love

ଭୁବନେଶ୍ଵର : ଉତ୍ତର ଓଡ଼ିଶା ତତସଂଲଗ୍ନ ଉତ୍ତର ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଗତକାଲି ଠାରୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ । ୧ ତାରିଖ ଓ ୨ ତାରିଖରେ ବର୍ଷା ପରିମାଣ ସର୍ବାଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟା ପାଇଁ (ଆଜି ସକାଳ ୮ଟା ୩୦ ଠାରୁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ) ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ୍ ଓ ୨୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ଅରେଞ୍ଜ୍ ୱାର୍ଣ୍ଣିଂ ଜାରୀ କରାଯାଇଥିବା ୩ ଜିଲ୍ଲା ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢ଼େଙ୍କାନାଳ । ଏହି ସମୟରେ ସମ୍ପୃକ୍ତ ଅଞ୍ଚଳରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଥିବା ଜିଲ୍ଲା ଗୁଡିକ ହେଲା, ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ଵର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ । ଏହି ସମୟରେ ସମ୍ପୃକ୍ତ ଅଞ୍ଚଳରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *