ଲଘୁଚାପ ସକ୍ରିୟ : ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ୍, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Spread the love

ଭୁବନେଶ୍ଵର : ଉତ୍ତର ଓଡ଼ିଶା ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ୩ ଦିନରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢିବ । ୧ ତାରିଖ ଓ ୨ ତାରିଖରେ ବର୍ଷାର ପରିମାଣ ସର୍ବାଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ (ଆଜି ସକାଳ ୮ଟା ୩୦ ଠାରୁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ) ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଓ ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ ।

ଅରେଞ୍ଜ୍ ୱାର୍ଣ୍ଣିଂ ଜାରୀ କରାଯାଇଥିବା ୫ ଜିଲ୍ଲା ହେଲା, ପୁରୀ, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁର । ଏହି ସମୟରେ ସମ୍ପୃକ୍ତ ଅଞ୍ଚଳରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଥିବା ୧୬ ଜିଲ୍ଲା ହେଲା, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ । ଏହି ସମୟରେ ସମ୍ପୃକ୍ତ ଅଂଚଳରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *