ସୃଷ୍ଟି ହେଲା ଲଘୁଚାପ, ୨୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି)ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ରବିବାର ଦିନ ପାଇଁ କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *