୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

Spread the love

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି । ଉତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତୀ ଉତର ଓଡିଶା -ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ଘୁର୍ଣ୍ଣି ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅପରପକ୍ଷରେ ମୌସୁମୀ ବାୟୁ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

Leave a Reply

Your email address will not be published. Required fields are marked *