ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର- ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ସଦୃଶ୍ୟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ତେବେ ଆଜି ୧୧ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡା,ବଲାଙ୍ଗୀର,କଳାହାଣ୍ଡି, ସୋନପୁର, ବରଗଡ, ଅନୁଗୁଳ, ସମ୍ୱଲପୁର, ଝାରସୁଗୁଡା, ଦେବଗଡ, କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣି ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ବାବନା ରହିଛି । ଅନ୍ୟପଟେ ୧୯ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ଭଦ୍ରକ, ବାଲେଶ୍ୱର, କଟକ,କେନ୍ଦ୍ରପଡା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ନୟାଗଡ,ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବୌଦ୍ଧ, ଢେଙ୍କାନାଳ, ମୟୁରଭଞ୍ଜରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ ଦ୍ଵିତୀୟ ଦିନ ପାଇଁ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।ଏଥିସହ ଓଡିଶାର ସମସ୍ତ ସାମୁଦ୍ରିକ ବନ୍ଦର ଗୋପାଳପୁର, ପୁରୀ, ପାରାଦ୍ୱୀପ, ଧାମରା ଓ ଚାନ୍ଦବାଲି ପାଇଁ ବିପଦ ସଙ୍କେତ ୩ ଜାରି ରଖାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ମୌସୁମୀ ଅତ୍ୟଧିକ ସକ୍ରିୟ ହେତୁ, ରାଜ୍ୟରେ ସ୍ୱାଭାବିକ ବର୍ଷା ୧୧.୫ ମିମି ତୁଳନାରେ ୫୪.୯ ମିମି ରେକର୍ଡ କରାଯାଇଛି, ସେହିପରି ଜଗତସିଂହପୁର ଜିଲ୍ଲାରେ ସର୍ବାଧିକ ହାରାହାରି ବର୍ଷା ୧୧୮.୫ ମିମି ଯାହା ସ୍ୱାଭାବିକ ବର୍ଷା ୬.୯ ମିମି ତୁଳନାରେ୧୬୧୮ ପ୍ରତିଶତ ଅଧିକ ରେକର୍ଡ କରାଯାଇଛି l
- ଶୁଭଲକ୍ଷ୍ମୀ ସାହୁଙ୍କ ରିପୋର୍ଟ
Naxatra News is now on Whatsapp
Join and get latest news update delivered to you via whatsapp
Join Now