ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ବର୍ଷା

Spread the love

ଭୁବନେଶ୍ୱର : ସକ୍ରିୟ ଲଘୁଚାପ ଏବଂ ପୂର୍ବ-ପଶ୍ଚିମ ଭାବେ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଆଭ୍ୟନ୍ତରୀଣ ଓଡିଶା ମଧ୍ୟଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବହିଁଥିବା ତଥା ୧.୫ କିମି ଉଚ୍ଚତା ଯାଏଁ ସକ୍ରିୟ ଥିବା ନିମ୍ନ ଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି ।

ଆଗାମୀ ୨ ରୁ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨୪ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଜିଲ୍ଲାକୁ ଅରେଞ୍ଜ ଚେତବାନୀ ଜାରି କରାଯାଇଛି । ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ସମ୍ବଲପୁର ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ତଥା ନୂଆପଡା ,ବଲାଙ୍ଗୀର , ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *