ଲାଇକେରା ଓ କିରିମେରା ହେଲା ଝାରସୁଗୁଡ଼ା ସମନ୍ୱିତ ଉନ୍ନୟନ ସଂସ୍ଥା, ନୂତନ ସଂସ୍ଥା ପାଇଁ ୯ ଟି ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

Spread the love

ଭୁବନେଶ୍ୱର : ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରିମେରା ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର ୯ ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି । ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ଆଇଟିଡିଏ ଅଧୀନରେ ରହିବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି । ଏହାଦ୍ୱାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକ , ଗୋଟିଏ ସ୍ୱତନ୍ତ୍ର ଅଧିକାରୀ , ଜଣେ ଆସିଷ୍ଟାଂଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର , ଜଣେ ଆସିଷ୍ଟାଂଟ ଇଞ୍ଜିନିୟର , ଜଣେ ଆକାଉଂଟାଂଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋ ଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ ।

ସୂଚନାଯୋଗ୍ୟ ଯେ ଲାଇକରା ଓ କିରୀମେର ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ, ଓ କିସାନ୍ ବର୍ଗର ଆଦିବାସୀ ମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍‌ହ, ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀ ମାନେ ମଧ୍ୟ ଅଛନ୍ତି । ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରିମେରାରେ ଏହା ୧୮.୪୬ ପ୍ରତିଶତ ।

Leave a Reply

Your email address will not be published. Required fields are marked *