ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ହଜାର ହଜାର ଭକ୍ତ । କଥାରେ ଅଛି ଶ୍ରୀମନ୍ଦିରରେ ୧୦ ବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ଆଡ଼ପମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ମହାବେଦୀ ଯୋଗ କୁହାଯାଏ। ଏଥିପାଇଁ ରଥଯାତ୍ରାରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟେ। ଆଡ଼ପ ମଣ୍ଡପରେ ଦର୍ଶନ ପାଇଁ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now