ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

Spread the love

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ। ସନ୍ଧାଧୂପ ନୀତି ଶେଷ ହେବାପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ  ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ। ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।

Leave a Reply

Your email address will not be published. Required fields are marked *