ବାୟାପଡା ଘାଟିରେ ଭୂସ୍ଖଳନ : ୧୯ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

Spread the love

ମାଲକାନଗିରି : ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଳକ ନାକାମାମୁଡି ପଞ୍ଚାୟତ ବାୟାପଡା ଘାଟିରେ ଭୂସ୍ଖଳନ ହୋଇଛି । ଯାହାଫଳରେ ନାକାମାମୁଡ଼ି ପଞ୍ଚାୟତର ୧୯ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି । ପ୍ରାୟ ୩ ହଜାର ଲୋକେ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି ।

ବାୟାପଡା ଘାଟି ଅଞଅଚଳରେ ବସବାସ କରୁଥିବା ଗାଁ ଗୁଡ଼ିକର ଲୋକ ମାନେ ଏହି ଘାଟି ରାସ୍ତା ଦେଇ ଯିବା ଆସିବା କରନ୍ତି । ୨ ବର୍ଷ ତଳେ ପାହାଡ କଟାଯାଇ ଘାଟିରେ ଏହି ରାସ୍ତା ତିଆରି କରାଯାଇଥିଲା । ଭୂସ୍ଖଳନ ହେବା ଯୋଗୁ ପାହାଡରୁ ମାଟି ଓ ପଥର ଧସେଇ ଆସି ରାସ୍ତା ଉପରେ ପଡ଼ିଛି । ଯାହାଫଳରେ ଯୋଗାଯୋଗ ବିଛିନ୍ନ ହୋଇଯାଇଛି । ବର୍ଷା ଲାଗି ରହିଥିବାରୁ ପ୍ରଶାସନ ପକ୍ଷରୁ ଏହାକୁ ସଫା କରାଯାଇ ପାରିନାହିଁ । ଯାହାଫଳରେ ୧୯ଟି ଗାଁର ଲୋକେ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି ।

Leave a Reply

Your email address will not be published. Required fields are marked *