ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା । ଏନେଇ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଜ୍ଜ୍ବଳ ଭବିଷ୍ୟତ କାମନା କରିବା ସହ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି ।ଏହାଛଡ଼ା ସେମାନେ କିପରି ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବେ, ସେଥିପ୍ରତି ଯତ୍ନବାନ ହେବାକୁ ବି ପରାମର୍ଶ ଦେଇଛନ୍ତି।
ଏଣେ ଶାନ୍ତିପୂର୍ଣ୍ଣ ଓ ତ୍ରୁଟିଶୂନ୍ୟ ପରୀକ୍ଷା ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ଶିକ୍ଷକ, ଅଭିଭାବକ, ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି। ସେପଟେ ସକାଳ ୯ଟାରୁ ଆରମ୍ଭ ହୋଇଛି ପରୀକ୍ଷା। ଏଥିଲାଗି ସକାଳ ସାଢ଼େ ୭ଟାରେ ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଛି ସୂଚନାଯୋଗ୍ୟମେଟ୍ରିକ୍ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ୧୧ଟା ୩୦ମିନିଟରେ ସରିବ। କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ମିଳିବ ଓ ଗଣିତ ପରୀକ୍ଷା ୧୧ଟା ୪୫ ମିନିଟରେ ସରିବ।

Naxatra News is now on Whatsapp
Join and get latest news update delivered to you via whatsapp
Join Now