ଗତ ୨୪ ଘଣ୍ଟାରେ ଦେବଗଡ଼ ଜିଲ୍ଲାର ବାରକୋଟ ଠାରେ ସର୍ବାଧିକ ୧୨୭.୬ ମି.ମି. ବର୍ଷା ରେକର୍ଡ

Spread the love

ଭୁବନେଶ୍ଵର : ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ ହୋଇଛି । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି । ଦେବଗଡ଼ ଜିଲ୍ଲାର ବାରକୋଟ ଠାରେ ସର୍ବାଧିକ ୧୨୭.୬ ମି.ମି. ବର୍ଷା ରେକର୍ଡ ହୋଇଛି ।

ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ଠାରେ ୧୦୪ ମି.ମି. ବର୍ଷା ରେକର୍ଡ ହୋଇଛି । ରାୟଗଡ଼ାର ଗୁଣପୁର ଠାରେ ୮୭.୪ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *