ମେ’ ୨୮ରେ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ

Spread the love

ଭୁବନେଶ୍ବର, 26 ମଇ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ କେବେ ପ୍ରକାଶିତ ହେବ ସେ ନେଇ ଆଗାମୀ ମେ’ ୨୮ ତାରିଖରେ ତାରିଖରେ ଘୋଷଣା କରାଯିବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।

ସେ ଦେଇଥିବା ସୂଚନା ଅନୁସାରେ ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଅନୁମାନ କରାଯାଉଛି ।

ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋଇଥିଲା।

Leave a Reply

Your email address will not be published. Required fields are marked *