ଜୁନ ରେ ମେଟ୍ରୋ ଟ୍ରେନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

Spread the love

ଭୁବନେଶ୍ୱର : ଖୁବ୍ ଶୀଘ୍ର ଆରମ୍ଭ ହେବ ମେଟ୍ରୋ ଟ୍ରେନ ଚଳାଚଳ । ଜୁନ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଟ୍ରୋ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ । ଗୃହ ଓ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ ଏହି ସୂଚନା ଦେଇଛନ୍ତି ।

ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗୃହ ଓ ନଗର ଉନ୍ନୟନ ସଚିବ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ

ମେଟ୍ରୋ ଟ୍ରେନ ପାଇଁ ସର୍ଭେ ସରି ଯାଇଛି । ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି । ଏହା ଏବେ ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । କେଉଁ ରୁଟରେ ମେଟ୍ରୋ ଟ୍ରେନ୍ ଯିବ ତାହା ଚିହ୍ନଟ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍ ଚାଲିବ । ପରବର୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ୍ ଯିବା ପାଇଁ ଯୋଜନା କରାଯାଉଛି ।

Leave a Reply

Your email address will not be published. Required fields are marked *