ଓଡ଼ିଶା ଛୁଇଁବ ମୌସୁମୀ :ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ

Spread the love

ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ୯ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ନେଇ ପୂର୍ବାନୁମାନ କରାଯାଇଛି। ଓଡ଼ିଶାକୁ ମୌସୁମୀ ଆସିବା ପାଇଁ ବର୍ତ୍ତମାନ ପାଗ ଅନୁକୂଳ ରହିଛି।

ସାଧାରଣତଃ ଜୁନ୍‌ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପ୍ରବେଶ କରିବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୦ ଓ ୧୧ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Leave a Reply

Your email address will not be published. Required fields are marked *