ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିଟ୍ ଟପ୍ପର

Spread the love

ଭୁବନେଶ୍ୱର : ନିଟ୍ ୨୦୨୩ରେ ଟପ୍ପର ହୋଇଥିବା ଓଡିଶାର ଛାତ୍ରଛାତ୍ରୀ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ନିଟ୍ ଟପ୍ପରମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଏକାଡେମିକ୍ କ୍ୟାରିୟରରେ ବଡ଼ ମାଇଲଖୁଂଟ ହାସଲ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ । ଏହାସହ ଚଳିତ ବର୍ଷ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *