ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷାରେ ଭିଜିବ ଓଡିଶା । ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଘୂର୍ଣ୍ଣିବଳୟ । ଆଗାମୀ ୪୮ ଘଣ୍ଟାରେ ନେବ ଲଘୁଚାପର ରୂପ । ଏହା ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଲଘୁଚାପର ପ୍ରଭାବ ଆସନ୍ତା ୮ରୁ ୧୦ ତାରିଖ ପଯ୍ୟନ୍ତ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବିଶେଷ କରି ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇଥିବା ସୂଚନା ମିଳିଛି । ପ୍ରବଳ ବର୍ଷା ନେଇ ରାଜ୍ୟର ୨୩ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Naxatra News is now on Whatsapp
Join and get latest news update delivered to you via whatsapp
Join Now