ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ମତ୍ସ୍ୟଜୀବୀଙ୍କୁ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ମନା

Spread the love

ଭୁବନେଶ୍ଵର : ଉତର-ପଶ୍ଚିମ ବଙ୍ଗୋପସାଗର ତଥା ଉତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ଲାଗିରହିଛି । ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ (ୱାର୍ଣ୍ଣିଂ) ଚେତବନୀ ଜାରୀ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଝାରସୁଗୁଡ଼ା, ବରଗଡ, ସୁନ୍ଦରଗଡ, ସମ୍ବଲପୁର ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ତଥା ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତବାନୀ ଜାରୀ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *