ପ୍ରବଳ ବର୍ଷା ନେଇ ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି : ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Spread the love

ଭୁବନେଶ୍ଵର : ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ସମ୍ପୃକ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ । ଏସବୁ ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି । ସେହିପରି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ମୟୂରଭଞ୍ଜ ।

ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ ହୋଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଏବଂ ବଲାଙ୍ଗିର । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *