ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ, କଟକ ଏସସିବି ମେଡିକାଲରେ ଭର୍ତ୍ତି

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି କମଳା ପୂଜାରୀ। ଆଜି ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବିର ମେଡ଼ିସିନ ବିଭାଗରେ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ଚିକିତ୍ସା ଚାଲିଛି। କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ୪ ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି। ଆଗରୁ ବହୁବାର ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହୋଇ ଯାଇଥିଲେ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *