ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର, ପରିଚୟ ପତ୍ର ଦେଖାଇ କରିପାରିବେ ପ୍ରବେଶ

ଦୀର୍ଘଦିନ ପରେ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଖୋଲିଛି | ପ୍ରାୟ ଦେଢ଼ ବର୍ଷ ପରେ ଭକ୍ତ ପାଇଁ ଏହି ଦ୍ୱାର ଖୋଲିଥିଲେ ବି ପ୍ରଥମ ପର୍ଯ୍ୟାୟରେ କେବଳ ପୁରୀ ସହରବାସୀ ପଶ୍ଚିମ ଦ୍ବାର ଦେଇ ଦର୍ଶନ ପାଇଁ ଯାଇପାରିବେ। ପଶ୍ଚିମ ଦ୍ବାର ସମ୍ମୁଖରେ ଛୋଟ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି। ସହରବାସୀ ପରିଚୟପତ୍ର ଦେଖାଇ ପ୍ରବେଶ କରୁଛନ୍ତି । ପଶ୍ଚିମ ଦ୍ବାର ନିକଟରେ ଥିବା ସେଲଟର୍‌ ପ୍ୟାଭିଲିୟନରେ ଜୋତା ଓ ଅନ୍ୟ ଆସବାବ ରଖି ଧାଡ଼ିରେ ପ୍ରବେଶ କରୁଛନ୍ତି । ସୂଚନାଯୋଗ୍ୟ ଯେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ ରବିବାର ଦିନ ଜିଲ୍ଲାପାଳଙ୍କୁ ଏ ପ୍ରସଙ୍ଗରେ ଚିଠି ଲେଖି ପୁରୀ ବାସିନ୍ଦାଙ୍କ ଭାବାବେଗକୁ ଗୁରୁତ୍ବ ଦେଇ ଅନ୍ତତଃ ଆଉ ଗୋଟିଏ ଦ୍ବାର ବାଟେ ତୁରନ୍ତ ସର୍ବସାଧାରଣ ଭକ୍ତଙ୍କ ପ୍ରବେଶ ଅନୁମତିଦେବାକୁ ଦାବି କରିଥିଲେ। ଯଦି ଏନେଇ ତ୍ବରିତ ନିଷ୍ପତ୍ତି ନିଆନଯାଏ, ତେବେ ସୋମବାରଠାରୁ ସେ ପଶ୍ଚିମ ଦ୍ବାର ସମ୍ମୁଖରେ ବସି ରହି ମହାପ୍ରଭୁଙ୍କୁ ପ୍ରାର୍ଥନା କରିବେ ବୋଲି କହିଥିଲେ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *