ମୟୁରଭଞ୍ଜରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ

Spread the love

ଭୁବନେଶ୍ୱର : ବାରିପଦା ସଦର ଥାନା ଅନ୍ତର୍ଗତ ରଙ୍ଗାମାଟିଆ ନିକଟରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣା ପଡିଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଛନ୍ତି । ଗୀତାଞ୍ଜଳୀ ନାମକ ବସଟି ଚନ୍ଦନେଶ୍ୱର ଠାରୁ ବାରିପଦାକୁ ଆସୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ଘଟିବା ପରେ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯାଇଥିଲା । ଆହତ ଯାତ୍ରୀ ଙ୍କୁ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସପିଟାଲରେ ଭର୍ତ୍ତି କରାଯାଇଥିବା ଜଣା ପଡିଛି ।

Leave a Reply

Your email address will not be published. Required fields are marked *