ଭୁବନେଶ୍ବର: ଦକ୍ଷିଣ ଛତିଶଗଡ ଉପରେ ଅବପାତ। ବର୍ତ୍ତମାନ ଏହା ଭବାନୀପାଟଣାଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୫କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଧୀରେ ଧୀରେ ଉତ୍ତର ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଛି ।
ଆଜି ବି କିଛି ଜିଲ୍ଲାରେ ବ୍ୟାପକ ବର୍ଷା ରହିବ। ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଫଳରେ ୧୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।
ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୧୬ରୁ ୨୨ ମଧ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୁଣି ମୌସୁମୀ ସକ୍ରିୟ ହେବା ସହ ବର୍ଷା ହେବ । ସେପଟେ ଲଗାଣ ବର୍ଷା ପାଇଁ ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି l

Naxatra News is now on Whatsapp
Join and get latest news update delivered to you via whatsapp
Join Now