ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Spread the love

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ଆଜିଠୁ ୯ତାରିଖ ଯାଏଁ ଚାରିଦିନିଆ ଯାଏଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ରଥଯାତ୍ରା ଦେଖିବାକୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ଆଜି ରାଜଭବନରେ ରାତ୍ରୀଯାପନ କରିବେ । ଆସନ୍ତାକାଲି ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Leave a Reply

Your email address will not be published. Required fields are marked *