କଟକ ଚଣ୍ଡୀମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ମାଙ୍କୁ ଦର୍ଶନ କଲେ

Spread the love

ଭୁବନେଶ୍ୱର : ଓଡିଶା ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଚଣ୍ଡୀମନ୍ଦିରରେ ପହଞ୍ଚିଥିଲେ । ସେ ସଡ଼କ ପଥରେ ଯାଇ କଟକରେ ପହଞ୍ଚିଲେ । ସ୍ୱତନ୍ତ୍ର କାରକେଡର ସହ ରାଷ୍ଟ୍ରପତି କଟକ ଆସିଥି ପ୍ରଥମେ କଟକ ଚଣ୍ଡୀମନ୍ଦିର ପହଞ୍ଚି ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି।

ସେ ମନ୍ଦିର ଦର୍ଶନ କରିବା ବେଳେ ମନ୍ଦିର ପରିବେଶ ହୁଳୁହୁଳିରେ କମ୍ପିଉଠି ଥିଲା । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମଧ୍ୟ ମାଙ୍କ ଦର୍ଶନ କରିଥିଲେ ।

ନ୍ଦିରର ମୁଖ୍ୟ ପୂଜକ ମନୋଜ ପଣ୍ଡା ଉଭୟଙ୍କୁ ମନ୍ଦିରର ନୀତିକାନ୍ତି ସମ୍ପର୍କରେ ସବିଶେଷ ସୂଚନା ସଦଇଛଥିଲେ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ କରମର୍ଦନ କରିଥିବା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *