ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜିଠୁ ରାଷ୍ଟ୍ରପତିଙ୍କ ୫ଦିନିଆ ଓଡ଼ିଶା ଗସ୍ତ । ୭ ତାରିଖ ଯାଏଁ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ନ ୫ଟାରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି ।  ଆଜି ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ଏହାପରେ ସିଧାସଳଖ ବିମାନ ବନ୍ଦରରୁ ବାହାରି ୫.୩୦ରେ ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ । ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।ସେହିପରି ୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ହୀରକ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବେ । ଏହାପରେ ୧୨ଟାରେ ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ସେହିଦିନ ପୁରୀ ରାଜଭବନ ଠାରେ ରାତ୍ରୀଯାପନ ରାଷ୍ଟ୍ରପତି ମୁର୍ମୁ ।ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ କାରକେଡ୍ ରିହରସାଲ କରାଯାଇଛି । ରାଷ୍ଟ୍ରପତି ଯିବା ରାସ୍ତାକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର, ୧୫ ଜଣ ଆଡିସନାଲ DCP ରାଙ୍କ ର  ଅଫିସର, ୪୫ ଏସିପି ରାଙ୍କର ଅଫିସର, ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଦାୟିତ୍ୱରେ ରହିବେ । ଟ୍ରାଫିକ ବ୍ୟବସ୍ଥାକୁ ମିଶାଇ ୪୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ହେବେ । ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ୩ ରୁ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଓ ବିଭିନ୍ନ ରାସ୍ତାରେ ଟ୍ରାଫିକ କଟକଣା ରହିବ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *