ଆଜି କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି

Spread the love

ଭୁବନେଶ୍ୱର : ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ତାଙ୍କର କଟକ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି । କଟକ ସହରରୁ ଛାଉଣୀରେ ପରିବର୍ତିତ କରି ଦିଆଯାଇଛି ।

ରାଷ୍ଟ୍ରପତି କଟକ ଠାରେ ଓଡ଼ିଶା ହାଇକୋର୍ଟର ୭୫ତମ ବର୍ଷ ପୂର୍ତ୍ତି ସମାରୋହର ଉଦଯାପନୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହି ଦିନ ସେ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲ, କଟକର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ଏବଂ କଟକ ସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ଓଡ଼ିଶାର ସମାବର୍ତ୍ତନ ସମାରୋହରେ ଯୋଗଦେବେ ।

ସେହିପରି ଜୁଲାଇ ୨୭ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ରାଜଭବନ ପରିସରରେ ଅତି ପଛୁଆ ଜନଜାତି ସମୁଦାୟର ସଦସ୍ୟମାନଙ୍କ ସହିତ ମତବିନିମୟ କରିବେ । ସେହିଦିନ, ସେ ଚଳିତ ବର୍ଷର ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ବିଷୟବସ୍ତୁ, ‘‘ସକାରାତ୍ମକ ପରିବର୍ତ୍ତନର ବର୍ଷ’’ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମ ଅଧୀନରେ ଦେଶବ୍ୟାପୀ ଆଲୋଚନାଚକ୍ର ଓ ସମ୍ମିଳନୀ ଆୟୋଜନ କରାଯିବ । ଏଥିସହିତ ଭୁବନେଶ୍ୱର ତମାଣ୍ଡୋ ଦଶବାଟିଆ ଠାରେ ଏହାର ‘‘ଲାଇଟ୍ହାଉସ୍ କମ୍ପ୍ଲେକ୍ସ’’ ପାଇଁ ଶିଳାନ୍ୟାସ କରିବେ ।

Leave a Reply

Your email address will not be published. Required fields are marked *