୨୬ରେ ଓଡିଶା ଆସିବେ ରାଷ୍ଟ୍ରପତି

Spread the love

 ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୬ ତାରିଖରେ ହାଇକୋର୍ଟର ୭୫ ବର୍ଷ ପୂର୍ତି ଉତ୍ସବର ଉଦ୍‌ଯାପନୀ ସମାରୋହ ରେ ଯୋଗଦେବେ ରାଷ୍ଟ୍ରପତି । ଏହା ସହ ନେତାଜୀ ମ୍ୟୁଜିୟମ ପରିଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗ୍ରସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ।

ସୂଚନାଯୋଗ୍ୟ ଯେ ଗତ ମେ ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଆସି ନିଜ ଜନ୍ମମାଟି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *