ଆଜି ନିଳାଦ୍ରି ବିଜେ କରିବେ ନିଳାଦ୍ରିନାଥ , ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡ ଠାକୁର

ସରିଲା ଘୋଷଯାତ୍ରା ୧୨ ଦିନରେ ଏହି ଲୀଳାଖେଳ ଶେଷ ପରେ ଆଜି ନିଳାଦ୍ରୀବିଜେ କରିବେ ନିଳାଦ୍ରିନାଥ । ରଥରୁଢ ଚଦୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ । ଏତେ ଦିନ ଧରି ମାନ କରି ରହିଥବା ମା ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡ ଠାକୁର । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ସନ୍ଧ୍ୟା ଧୂପରେ ଚାଳରମାଳ ବାନ୍ଧାଯିବା ପରେ ପହଣ୍ଡି ଆରମ୍ଭ ହେବ । ଦିନ ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ୪ଟାରେ ପହଣ୍ଡି ଆରମ୍ଭ ହେବ । ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ କରିବାକୁ ସମୟ ନିର୍ଦ୍ଧାରଣ କରାଯାଇଛି । ତେବେ ଘୋଷଯାତ୍ରାର ଏହି ଅନ୍ତିମ ପର୍ବ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ । ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ନିକଟରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *