ପୁରୀ ଜିଲ୍ଲାସ୍ତରୀୟ ଶିଶୁ ଓ କିଶୋର ଶ୍ରମିକ ଆଇନ ସଚେତନତା ଶୋଭାଯାତ୍ରା

Spread the love

ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଶିଶୁ ଓ କିଶୋର ଶ୍ରମିକ ଆଇନ ସଚେତନତା ଶୋଭାଯାତ୍ରାକୁ ଆଜି ପୂର୍ବାହ୍ନରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଉଦଘାଟନ କରିଥିଲେ । ଜିଲ୍ଲା ପ୍ରଶାସନ ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଏହି ଶୋଭାଯାତ୍ରା ଶ୍ରୀଗୁଣ୍ଡିଚା ମନ୍ଦିର ଠାରୁ ମାର୍କେଟ ଛକ ପର୍ଯ୍ୟନ୍ତ ଯିବା ସହ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଶିଶୁ ଶ୍ରମିକ ପ୍ରତିହତ ପାଇଁ ସଚେତନତା ସୃଷ୍ଟି କରାଯାଇଥିଲା । ବିଶେଷ କରି ଶିଶୁର ଅଧିକାର ଓ ଆଇନରେ ଥିବା ବ୍ୟବସ୍ଥା ସମ୍ପର୍କରେ ସଚେତନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଡିଭିଜିଓନାଲ ଶ୍ରମ ଆୟୁକ୍ତ ଶିବ ଶଙ୍କର ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ,ବିକ୍ରମ କେଶରୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଶୋଭାଯାତ୍ରାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର କର୍ମକର୍ତା,ଚାଇଲ୍ଡ ଲାଇନର କର୍ମକର୍ତା, ହାପିନେସ ଫାଉଣ୍ଡେସନର ସ୍ଵେଛାସବୀ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *