ରଥଯାତ୍ରାରେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ

Spread the love

ଆସନ୍ତା ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି କହିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଏଥର ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ। ଏନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ପୁଲିସ ଡିଜି । ବ୍ଲାଙ୍କେଟ୍ ସୁରକ୍ଷା ବ୍ୟବସ୍ଥାରେ ୪ ଜଣ ଅତିରିକ୍ତ ଡିଜି, ୬ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ ରହିବେ। ଏଥିସହ ୧୯ ଏସପି ବା କମାଣ୍ଡାଣ୍ଟ ପାହ୍ୟା, ୩୩ ଜଣ ଅତିରିକ୍ତ SP ବା ଡେପୁଟି କମାଣ୍ଡାଣ୍ଟ ପାହ୍ୟା, ୭୫ ଜଣ ଡିଏସପି ବା କମାଣ୍ଡର ପାହ୍ୟା, ୧୩୦ ଇନ୍ସପେକ୍ଟର, ୬୭୫ SI ଓ ASI ପାହ୍ୟା ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ।

Leave a Reply

Your email address will not be published. Required fields are marked *